କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଅର୍ଥାତ୍ ମାର୍ଚ୍ଚ ୨୨ ତାରିଖ ଠାରୁ ୨୯ ତାରିଖ ପର୍ଯ୍ୟନ୍ତ ଲକ୍ ଡାଉନ୍ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଆଦି ୫ ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ୱର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ ପ୍ରାୟ ସଂପୂର୍ଣ୍ଣ ଲକ୍ ଡାଉନ୍ କରିବା ପାଇଁ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି ।
ଗତ କିଛି ଦିନ ମଧ୍ୟରେ ବିଦେଶରୁ ୩୦୦୦ରୁ ଅଧିକ ଲୋକ ଓଡିଶାକୁ ଫେରିଛନ୍ତି । ସେମାନଙ୍କ ମଧ୍ୟରୁ ୭୦ ପ୍ରତିଶତ ହେଉଛନ୍ତି ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଏହି ଲକ୍ ଡାଉନ୍ ସମୟରେ କେବଳ ବସ୍, ଟ୍ରେନ୍ ଓ ବିମାନ ସେବା ସହିତ ସଉଦା ଦୋକାନ, ପରିବା ଦୋକାନ, ମାଛ, ମାଂସ, ଅଣ୍ଡା, ଚିକେନ୍, ପେଟ୍ରୋଲ ପମ୍ପ ଏବଂ ମେଡିସିନ୍ ଦୋକାନ ଆଦି ଖୋଲା ରହିବ । ଅତ୍ୟାବଶ୍ୟକ ଦ୍ରବ୍ୟର ହୋଲସେଲ୍ ମାର୍କେଟ୍ ମଧ୍ୟ ଖୋଲା ରହିବ ।
ସେହିପରି ଏସବୁ ଅଂଚଳରେ ଡାକ୍ତରଖାନା, ବ୍ୟାଙ୍କ,ଏଟିଏମ୍, ମ୍ୟୁନିସିପ।।ଲଟି ସେବା, ପୋଲିସ, ଅଗ୍ନିଶମ ସେବା, ଓଡ୍ରାଫ୍ , ପାନୀୟ ଜଳ ଓ ବିଦ୍ୟୁତ ସେବା ଆଦି ଜାରି ରହିବୟ ପ୍ରଶାସନିକ କାର୍ଯ୍ୟାଳୟ ଗୁଡିକ ମଧ୍ୟ ଖୋଲା ରହିବ ବୋଲି ସୂଚନା ମିଳିଛି ।