The Independence:Odisha-Governor-attends-ABVP-44th-State-Conference
କଟକ/ଭୁବନେଶ୍ୱର, ୦୧ ଫେବୃଆରୀ -

ବିଦ୍ୟାର୍ଥୀ ପରିଷଦର କାର୍ଯ୍ୟକର୍ତା ଭାବେ ସମାଜସେବା, ରାଷ୍ଟ୍ରସେବା ଆଦି ଅଳ୍ପ ବହୁତେ ଶିକ୍ଷା ଲାଭ କରିଛି । ବିଦ୍ୟାର୍ଥୀ ମାନେ ସଂଗଠିତ ହୋଇ ରାଷ୍ଟ୍ର ପୁନଃନିର୍ମାଣ କ୍ଷେତ୍ରରେ କାର୍ଯ୍ୟ କରିବା ସହ ଅନ୍ୟର ପ୍ରସନ୍ନତାରେ ସ୍ୱଂୟ ପ୍ରଶନ୍ନ ହେବାକୁ ଚେଷ୍ଟା କରନ୍ତୁ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଛାତ୍ରଛାତ୍ରୀଙ୍କୁ ଉପଦେଶ ଦେଇ କହିଛନ୍ତି ।

କଟକ ଠାରେ ଆରମ୍ଭ ହୋଇଥିବା ଛାତ୍ର ସଂଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ୪୪ତମ ରାଜ୍ୟ ଅଧିବେଶନର ଦ୍ୱିତୀୟ ଦିନରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ନିଜ ବକ୍ତବ୍ୟରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଉଲ୍ଳେଖ କରି, ସାବଧାନତା, ଜାଗ୍ରତା ଓ ଦକ୍ଷତା ବିଦ୍ୟାର୍ଥୀ ଜୀବନର ମୂଳ ଉପାଦାନ ବୋଲି ରାଜ୍ୟପାଳ ମତପ୍ରକାଶ କରିଥିଲେ । 

ମୁଖ୍ୟବକ୍ତା ଭାବେ ପରିଷଦର ରାଷ୍ଟ୍ରୀୟ ସଂଗଠନ ସମ୍ପାଦକ ଶ୍ରୀ ଆଶିଷ ଚୌହାନ କାର୍ଯ୍ୟକର୍ତା ମାନଙ୍କୁ ଆହ୍ୱାନ ଦେଇ କହିଥିଲେ ଯେ ସମାଜର ପ୍ରତିଟି କ୍ଷେତ୍ରରେ ଛାତ୍ରମାନଙ୍କ ନେତୃତ୍ୱର ଆବଶ୍ୟକତା ରହିଛି ଓ ଆମକୁ ସେହି ଖାଲି ସ୍ଥାନ ଗୁଡିକୁ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ ସହ ପୂରଣ କରିବାକୁ ପଡିବ । ପରିଷଦର ଦୀର୍ଘ ୭୦ବର୍ଷର ଯାତ୍ରା ମଧ୍ୟରେ ଏହାର ଲକ୍ଷାଧିକ କାର୍ଯ୍ୟକର୍ତା ସମାଜସେବା, ସାହିତ୍ୟ ରାଜନୀତି ତଥା ରାଷ୍ଟ୍ରଗଠନର ପ୍ରତିଟି କ୍ଷେତ୍ରରେ ନିଜ ବଳିଷ୍ଠ ନେତୃତ୍ୱର ପ୍ରମାଣ ଦେଇଛନ୍ତି ବୋଲି ସେ ମତ ରଖିଥିଲେ । ସେ ବିଶ୍ୱର ୨୨ ଦେଶ ଭ୍ରମଣ କରି ମାତୃତ୍ୱ ଓ ଶିଶୁର ଯତ୍ନ ସମ୍ପର୍କରେ ଅବଗତ କରାଇଥିବା ମାଧୁରୀ ଶହସ୍ରବୁଦ୍ଧେ ହୁଅନ୍ତୁ କି ଦେହଜୀବୀ ଓ କିନ୍ନର ସମାଜର ଉଥାନ ପାଇଁ ଦୀର୍ଘ ୩୦ବର୍ଷ ଧରି କାର୍ଯ୍ୟ କରୁଥିବା ସ୍ନେହାଳୟ ଟ୍ରଷ୍ଟର ଗିରୀଷ କୁଲକର୍ଣ୍ଣୀ ହୁଅନ୍ତୁ କି ଜୈବୀକ କୃଷିର ପ୍ରସାର ପାଇଁ ପଞ୍ଜାବର କ୍ଷେତୀ ବିରାସତ ମିସନର ଉଦ୍ଦୋକ୍ତା ରବଦୀପ୍ ସିଂ ହୁଅନ୍ତୁ ସମସ୍ତେ ବିଦ୍ୟାର୍ଥୀ ପରିଷଦର ଜଣେ ଜଣେ ଦାୟୀତ୍ୱବାନ କାର୍ଯ୍ୟକର୍ତା ରହିଥିଲେ ବୋଲି ଆଶିଷ ଚୈାହାନ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । 

ଏହି ଅବସରରେ ବିଶିଷ୍ଠ ସମାଜସେବୀ ତଥା ବିଦ୍ୟାର୍ଥୀ ପରିଷଦର ପୂର୍ବତନ ରାଜ୍ୟ ସଙ୍ଗଠନ ସମ୍ପାଦକ କୁମାର କୃଷ୍ଣଚନ୍ଦ୍ର ରାଏଙ୍କୁ  ରାଜ୍ୟପାଳଙ୍କ ଦ୍ୱାରା ସମ୍ମାନିତ ହୋଇଥିଲେ । 

ଏହି କାର୍ଯ୍ୟକ୍ରମରେ ରାଜ୍ୟ ଅଧିବେଶନର ସ୍ୱାଗତ ସମିତି ଅଧ୍ୟକ୍ଷ ସୈାରଚନ୍ଦ୍ର ମହାପାତ୍ର, ସାଧାରଣ ସମ୍ପାଦକ ବିଭୂପ୍ରସାଦ ମହାପାତ୍ର ଏବଂ ବିଦ୍ୟାର୍ଥୀ ପରିଷଦ ରାଜ୍ୟ ସଭାପତି ଅଧ୍ୟାପକ ଭାଗିରଥୀ ପୃଷ୍ଟି, ରାଜ୍ୟ ସମ୍ପାଦକ ଶଶିକାନ୍ତ ମିଶ୍ର, କଟକ ମହାନଗର ସଭାପତି ଅଧ୍ୟାପକ ଅକ୍ଷୟ କୁମାର ନାୟକ, ମାହାନଗର ସମ୍ପାଦିକା ସୁଶ୍ରୀ ରାକ୍ଷୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।   

Author Image

Independence News

Recent Posts

The Independence:If-the-BJP-government-is-formed-in-Odisha-drinking-water-problem-will-be-solved-as-a-priority-Bhatrahari-Mahatab

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ଭତୃହରି ମହତାବ

The Independence:Odisha-Cow-Slaughtering

Odisha : ଗୋ ମାଂସ ବୋଝେଇ ଟ୍ରକ ଜବତ

The Independence:Jagannath-Temple-Odisha-Mumbai

ଓଡିଶା ବାହାରେ ମହାପ୍ରଭୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର

The Independence:Modi-Government-9-Years-Seva-Susasan-Garib-Kalyana

ନ’ ବର୍ଷର ସୁଶାସନ

The Independence:Rath-Yatra-2023-Lakhs-of-devotees-witness-Suna-Besha-of-Holy-Trinity-in-Puri

ଶ୍ରୀକ୍ଷେତ୍ରରେ ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ତିନି ଠାକୁର

The Independence:Puri-Ratha-Jatra-2023-Jay-Jagannath

ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ

The Independence:Ratha-Jatra-2023-ନୀଳାଦ୍ରିବିଜେରେ-ନୀଳକନ୍ଦରକୁ-ଫେରନ୍ତି-ନୀଳାଦ୍ରିନାଥ-ସରେ-ଜନ୍ମବେଦି-ଲୀଳା

Ratha Jatra 2023: ନୀଳାଦ୍ରିବିଜେରେ ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ; ସରେ ଜନ୍ମବେଦି ଲୀଳା

The Independence:Jagannath-Temple-Rath-Jatra

ଏକାବନ ଦିନରେ ଚଳଚଞ୍ଚଳ ରଥଖଳା

The Independence:ପ୍ରେମିକାକୁ-ଛୁରୀ-ଭୁଷିଲା-ପଥରରେ-ଛେଚି-ମୁହଁ-ନଷ୍ଟ-କଲା-ଜହ୍ଲାଦ-ପ୍ରେମିକ-ସାହିଲ-ଖାଁ

ପ୍ରେମିକାକୁ ଛୁରୀ ଭୁଷିଲା, ପଥରରେ ଛେଚି ମୁହଁ ନଷ୍ଟ କଲା ଜହ୍ଲାଦ ପ୍ରେମିକ ସାହିଲ ଖାଁ

The Independence:Land-Jihad-Dwarka

ଜମି ଜିହାଦର ଅନ୍ୟନାମ ଦ୍ୱାରକା

The Independence:Odisha-cant-make-progress-with-Shashikala-syndrome-Dharmendra

‘ଶଶୀକଳା ସିଣ୍ଡ୍ରୋମ’ କହିବାରୁ ସରକାରଙ୍କୁ ବାଧିଲା: ଧର୍ମେନ୍ଦ୍ର

The Independence:Land-Jihad-Love-Jihad-Jameen-Jihad-in-Odisha

ରାଜ୍ୟରେ ବଢ଼ୁଛି ଜିହାଦୀଙ୍କ ସଂଖ୍ୟା !

The Independence:The-Kerala-Story-Official-Trailer--Vipul-Amrutlal-Shah--Sudipto-Sen--Adah-Sharma--Aashin-A-Shah

The Kerala Story Official Trailer | Vipul Amrutlal Shah | Sudipto Sen | Adah Sharma | Aashin A Shah

The Independence:Guddu-Muslim-Odisha-Link-BJD

ଗୁଡ୍ଡୁ ମୁସଲମାନର ଖାସ୍, ବିଜେଡି ବିଧାୟକଙ୍କ ରାଇଟହାଣ୍ଡ

The Independence:important-files-of-the-jagannath-temple-administration-have-gone-missing

ଗାଏବ ହେଲା ଜଗନ୍ନାଥ ମନ୍ଦିର ପ୍ରଶାସନର ଗୁରୁତ୍ଵପୂର୍ଣ୍ଣ ଫାଇଲ

The Independence:Debacle-in-American-Banking-System

ଆମେରିକାର ବ୍ୟାଙ୍କିଂ ବ୍ୟବସ୍ଥାରେ ବିପର୍ଯ୍ୟୟ

The Independence:palghar-sadhu-lynching-case-to-be-investigated-by-cbi

ପାଲଘର ସାଧୁହତ୍ୟା ମାମଲାର ହେବ ସିବିଆଇ ତଦନ୍ତ

The Independence:Mix-Mandate-in-USA-Joe-Biden

ଆମେରିକାରେ ମିଶ୍ରିତ ଜନମତ

The Independence:Jayshankar-in-Fiji

ଫିଜିରେ ବିଜି ଜୟଶଙ୍କର

The Independence:Women-Freedom-Fighters-of-India-Name-List-and-Their-Roles

ଭାରତର ମହାନ ମହିଳା ସ୍ୱାଧୀନତା ସଂଗ୍ରାମୀମାନେ ଯାହାଙ୍କୁ ଇତିହାସକାରମାନେ ଭୁଲି ଯାଇଥିଲେ

The Independence:Dharmendra-Seeks-Centres-Intervention-For-Protection-Of-Archaeological-Assets-In-Odisha

ଓଡ଼ିଶାରେ ଅସୁରକ୍ଷିତ ଶିଶୁପାଳ ଗଡ଼ ଓ ଲଳିତଗିରି ପରି ଐତିହ୍ୟ କୀର୍ତ୍ତିରାଜି

The Independence:ଶ୍ରୀମନ୍ଦିରର-ପ୍ରସିଦ୍ଧ-ଦୋଳଯାତ୍ରା

ଶ୍ରୀମନ୍ଦିରର ପ୍ରସିଦ୍ଧ ଦୋଳଯାତ୍ରା

The Independence:Young-writer-Om-Priyadarshis-book-on-Paika-movement-released

ଉନ୍ମୋଚିତ ହେଲା ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଚୟନିତ ଓମ୍ ପ୍ରିୟଦର୍ଶୀଙ୍କ ପୁସ୍ତକ "ପାଇକ: ଜନ, ଆଖ୍ୟାନ ଓ ଆନ୍ଦୋଳନ"

The Independence:Baijayanta-Panda-listens-Man-Ki-Baat-Programme-at-Bhawanipatna

ଭବାନୀପାଟଣା “ମନ୍‌ କି ବାତ୍‌” କାର୍ଯ୍ୟକ୍ରମରେ ବୈଜୟନ୍ତ ପଣ୍ଡା

The Independence:ଜର୍ଜ-ସୋରୋସଙ୍କ--ନେଟୱର୍କ-ଓ-କଣ୍ଢେଇ-ମାନଙ୍କୁ-ଚିହ୍ନଟ--ଜରୁରୀ

ଜର୍ଜ ସୋରୋସଙ୍କ ନେଟୱର୍କ ଓ କଣ୍ଢେଇ ମାନଙ୍କୁ ଚିହ୍ନଟ ଜରୁରୀ