ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୧ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ତିନି ଜଣ ଗଂଜାମ ଜିଲ୍ଲାର ହୋଇଥିବା ବେଳେ ଜଗତସିଂହପୁର ଓ ସୁନ୍ଦରଗଡ ଗଜପତି ଜିଲ୍ଲାର ଜଣେ ଜଣେ ଅଛନ୍ତି । ଏମାନଙ୍କ ମଧ୍ୟରେ ଦୁଇ ଜଣ ମହିଳା ରହିଛନ୍ତି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଗଞ୍ଜାମ ଜିଲ୍ଲାର ୭୦ ବର୍ଷିୟ କରୋନା ଆକ୍ରାନ୍ତ ମହିଳା ମୃତ୍ୟୁ ଘଟିଛି । ଏହାଛଡ଼ା ଗଂଜାମ ଜିଲ୍ଲାର ଅନ୍ୟ ଜଣେ ୪୪ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ହୋଇଛି । ସେହିପରି ଗଂଜାମ ଜିଲ୍ଲାର ୩୯ ବର୍ଷୀୟ ଜଣେ ପୁରୁଷଙ୍କ ମଧ୍ୟ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସେହିପରି ଜଗତସିଂହପୁର ଜିଲ୍ଲାର ଜଣେ ୬୭ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ । ସୁନ୍ଦରଗଡ ଜିଲ୍ଲାରେ ଜଣେ ୬୫ ବର୍ଷୀୟା ମହିଳା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ ।